ଆସନ୍ତାକାଲି ଧବଳେଶ୍ୱରଙ୍କ ପୀଠରେ ପାଳନ ହେବ ବଡ଼ ଓଷା । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦଯାପନ କରିଥାନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ପଂଚୁକର ଦ୍ୱିତୀୟ ଦିନରେ ମହାପ୍ରଭୁ ଧବଳେଶ୍ୱର ଗଙ୍ଗାଧର ବେଶରେ ଦର୍ଶନ ଦେଉଥିବାବେଳେ ଆସନ୍ତାକାଲି ବଡ଼ଓଷାରେ ବଡସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା