ରାଜ୍ୟରେ ପାଗରେ ଆସିପାରେ ସାମାନ୍ୟ ପରିବର୍ତ୍ତନ । ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ସମ୍ଭାବନା ରହିଛି । ପଶ୍ଚିମାଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ବର୍ଷା ସହ ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପଶ୍ଚିମାଝଡ଼ ପ୍ରଭାବ ଦେଖାଦେବ । ଆଜି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କନ୍ଧମାଳରେ ହାଲୁକା ବର୍ଷା ହେବ । ବାକି ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ରହିବ । ତେବେ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ