ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ଶୀତ । ବିଭିନ୍ନ ସ୍ଥାନରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ହ୍ରାସ ପାଇବ । ଏହାସହ କେତେକ ସ୍ଥାନରେ ଘନ କୁହୁଡି ପଡିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡି ପଡିବା ସମ୍ଭାବନା ରହିଛି ସେହିପରି ଅନୁଗୁଳ, ବଲାଙ୍ଗୀର, ଗଜପତି, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ପଡିବ । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା