ଆସନ୍ତା ସପ୍ତାହରେ ତାତିରୁ ମିଳିବ ଆଶ୍ବସ୍ତି । ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ରାଜ୍ୟରେ 15ରୁ ଏହାର ପ୍ରଭାବ ପଡିବା ସମ୍ଭାବନା ରହିଛି । ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କାଲି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନୂଆପଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ କମିଛି ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ମାର୍ଚ୍ଚ ତୃତୀୟ ସପ୍ତାହରେ ପୁଣି ଉପରମୁହାଁ ହେବ ପାରଦ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ