ଆସନ୍ତା ୧୮ତାରିଖରେ ଖୋଲିବ ହିରାକୁଦ ଜଳଭଣ୍ଡାର । ଦିନ ୧୧ଟାରେ ହୀରାକୁଦରୁ ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ । ତଳମୁଣ୍ଡରେ ଥିବା ୧୨ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ମହାନଦୀ ଓ ତାର ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବଢ଼ିବ । ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ବୋଲି କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ହୀରାକୁଦ ଜଳ ଭଣ୍ଡାର ରାଇଜିଂ ଟ୍ରେଣ୍ଡରେ ଅଛି । ହେଲେ ବିପଦ ନାହିଁ । ଆଜି ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୭.୭୩ ଫୁଟ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୩୧ ହଜାର ୮୪୭ କ୍ୟୁସେକ ଜଳ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା