ରାଜ୍ୟରେ ଜାରି ରହିଛି ବର୍ଷା । ମୌସୁମୀ ଟ୍ରଫ୍ ଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ତେବେ ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା