ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି । ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି । ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍ ନମୁନା ପ୍ରଶ୍ନପତ୍ର ପଠାଯାଇଛି । ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ । ଡିଇଓ ପ୍ରଶ୍ନପତ୍ର ଗୁଡ଼ିକୁ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ କରିବେ, ସେ ଦିଗରେ ପଦକ୍ଷେପ ନେବେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ