ଉତ୍ସାହର ସହିତ ଇଦ୍ ଉଲ ଫିତର ପାଳନ କରୁଛନ୍ତି ଦେଶର ମୁସଲମାନ ଭାଇଭଉଣୀ । ଆଜି ପବିତ୍ର ଇଦ୍ । ମହାଆଡ଼ମ୍ବରରେ ସାମୂହିକ ନମାଜ ପାଠର ବ୍ୟବସ୍ଥା ହୋଇଛି । ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କୁ ନେଇ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ । ଓଡ଼ିଶାର ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ପାଳୁଛନ୍ତି । ସହରର ବିଭିନ୍ନ ମସଜିଦରେ ନମାଜ ପାଠ କରାଯିବାର ବ୍ୟବସ୍ଥା ହୋଇଛି । କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ କମିଶନରେଟ ପୋଲିସ ଓ ସିଏମସି ପକ୍ଷରୁ ଅନୁରୋଧ କରାଯାଇଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ