The Topmost

“The eyes believe themselves, the ears believe other people.”

ଇସ୍ରାଏଲ ରାଜଧାନୀ ଉପରକୁ ୫ ହଜାର ରକେଟ୍ ମାଡ଼

ହମାସ ବିରୋଧରେ ଇସ୍ରାଏଲର ଯୁଦ୍ଧ ଘୋଷଣା । ଅବରୋଧ ହୋଇଥିବା ଗାଜା ଷ୍ଟ୍ରିପରୁ ଇସ୍ରାଏଲ ବିରୋଧରେ ଏକାଥରକେ ମାଡ କରାଯାଇଛି ୫ ହଜାରରୁ ଅଧିକ ରକେଟ । ପାଲେଷ୍ଟାଇନର ହମାସ ଆତଙ୍କବାଦୀଙ୍କ ପକ୍ଷରୁ ଏହି ଘମାଘୋଟ ଏୟାରଷ୍ଟ୍ରାଇକରେ ଇସ୍ରାଏଲରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଆକ୍ରମଣରେ ପାରାଗ୍ଲାଇଡରଙ୍କୁ ସାମିଲ କରାଯାଇଛି । ଇସ୍ରାଏଲରେ ହମାସ ଆତଙ୍କବାଦୀଙ୍କ ସମ୍ଭାବ୍ୟ ଅନୁପ୍ରବେଶ ରୋକିବାକୁ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିରାପତ୍ତା ବାହିନୀର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି । ଏହି ଆକ୍ରମଣ ଲାଗି ହମାସକୁ ବହୁ ମୂଲ୍ୟ ଦେବାକୁ ପଡିବ ବୋଲି ସେ କହିଛନ୍ତି । ଋଷ-ୟୁକ୍ରେନ ଯୁଦ୍ଧ ପରେ ଏହି ଆକ୍ରମଣ ବିଶ୍ବସ୍ତରରେ ସର୍ବବୃହତ ବୋଲି କୁହାଯାଇଛି । ଇସ୍ରାଏଲ ସୀମା ଭିତରକୁ ହମାସ ଆତଙ୍କବାଦୀ ପ୍ରବେଶ କରିଥିବା ସୂଚନା ମିଳିବା ପରେ ଗାଜାଷ୍ଟ୍ରିପରେ ସତର୍କତା ଜାରି କରାଯିବା ସହ ଲୋକଙ୍କୁ ଘରୁ ନବାହାରିବା ଲାଗି ପରାମର୍ଶ ଦିଆଯାଇଛି । ତେଣେ ହମାସ ପକ୍ଷରୁ କୁହାଯାଇଛି- ସଂଗଠନ ପକ୍ଷରୁ ଅପରେସନ ଅଲ ଆକସା ଫ୍ଲଡ ଆରମ୍ଭ ହୋଇଛି ଏବଂ ମାତ୍ର ୨୦ ମିନଟରେ ୫ ହଜାର ରକେଟ ମାଡ କରାଯାଇଛି ।