The Topmost

“The eyes believe themselves, the ears believe other people.”

ଉଦଘାଟନ ହେଲା ଉଦ୍ୟାନ ଉତ୍ସବ-୨

ଉଦ୍ୟାନ ଉତ୍ସବ-୨କୁ ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି । ଉଦ୍ୟାନ ଉତ୍ସବ-୨ ଅନ୍ତର୍ଗତ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୭ ତାରିଖ  ଗୋଟିଏ ମାସ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ ।‌ ଅମୃତ ଉଦ୍ୟାନ ସେପ୍ଟେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଖୋଲା ରହିବ । ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି । ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି । ଆଗନ୍ତୁକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ ।