ଜାଡ ବଢାଇଲା ବାତ୍ୟା ମିଗଜୋମ । ଉପାନ୍ତରୁ ଉପକୂଳ ସବୁଠି କୋହଲା ପାଗ । ରାଜଧାନୀରେ ରେକର୍ଡ କଲା ଚଳିତ ବର୍ଷ ଶୀତ । ସ୍ବାଭାବିକଠାରୁ ୫ ଡିଗ୍ରୀ ଖସିଲା ପାରଦ । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଶୀତୁଆ ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ କମ୍ ରହିବ । ସେପଟେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ