ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ସହିତ ଅଙ୍ଗନବାଡି ବନ୍ଦ । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ଜାପାନ ଗସ୍ତରୁ ଫେରିବା ମାତ୍ରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ନବୀନ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ପିଲାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନଜରରେ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଗତ କିଛିଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି । ବିଭିନ୍ନ ଜିଲ୍ଲାକୁ ହିଟ ଓ୍ବେଭ ଜାରି କରାଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗକୁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ସ୍ଥିତିର ମୁକାବିଲା ସହିତ ପାନୀୟ ଜଳ ଯୋଗାଣ, ଜଳାଭାବ ଦୂର, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା