The Topmost

“The eyes believe themselves, the ears believe other people.”

ଏକାମ୍ରକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ

ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ । ଆହୁରି ଭବ୍ୟ ଓ ସୁନ୍ଦର ହେବ ଦେଶର ଏ ପ୍ରମୁଖ ଶୈବପୀଠ । ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ପାଇଁ ଆଜି ହେବ ଶିଳାନ୍ୟାସ । ଆଧ୍ୟତ୍ମିକ ପରିବେଶରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିଳା ଶୋଧନମ, ଶିଳା ପ୍ରତିଷ୍ଠା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶିଳାନ୍ୟାସ କରାଯିବ । ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ସେବାୟତ ଓ ଅନ୍ୟ ପରିବାରଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ସମସ୍ତ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଭୋର ୫.୧୦ରେ ଯଜ୍ଞସ୍ଥଳୀରେ ପହଞ୍ଚି ପ୍ରଥମ ଶିଳା ସ୍ଥାନକୁ ନିରୀକ୍ଷଣ କରି ସେମାନେ ଯଜ୍ଞ ସ୍ଥଳୀ ଯାଇଥିଲେ । ସେଠାରେ ସମସ୍ତ ବ୍ୟବସ୍ଥାକୁ ତଦାରଖ କରିଥିଲେ । ପ୍ରକଳ୍ପ କାର୍ଯ୍ୟ ନେଇ ଉପଦେଷ୍ଟା କମିଟି ଅଧ୍ୟକ୍ଷ ସହ ଟିକନିକ ଆଲୋଚନା କରିଥିଲେ 5T ସଚିବ ।