() ମୌସୁମୀ ବାୟୁର ଆଗମନ ପରେ ଓଡ଼ିଶାରେ ଆରମ୍ଭ ହୋଇଯାଇଛି ବର୍ଷା । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାକୁ ସଂପୂର୍ଣ୍ଣ ଛୁଇଁଛି ମୌସୁମୀ । ସେହିପରି ନୂଆପଡ଼ା, କଳାହାଣ୍ଡି ଏବଂ ରାୟଗଡ଼ା ଜିଲ୍ଲାକୁ ଆଂଶିକ ଅଗ୍ରସର ହୋଇଥିବା ବେଳେ ଆସନ୍ତା ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ଓଡ଼ିଶାକୁ ଛୁଇଁବାର ସମ୍ଭାବନା ରହିଛି । ସେପଟେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୨୨ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ଏହା ସହ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି