ଓଡ଼ିଶାରେ ଶିକ୍ଷା ବିକାଶର ନୂତନ ଯୁଗ । ଓଡ଼ିଶାରେ ପ୍ରତିଷ୍ଠା ହେବ ଅନ୍ତର୍ଜାତୀୟମାନର ବିଶ୍ବବିଦ୍ୟାଳୟ NMIMS । ବିଶ୍ବବିଦ୍ୟାଳୟ ପାଇଁ ଆଜି ଭିତ୍ତିସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଇନଫୋ ଭ୍ୟାଲିଠାରେ NMIMS ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହେବ । ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ଓ ଭିଲେ ପାର୍ଲେ କେଲାଭଣୀ ମଣ୍ଡଳ ଟ୍ରଷ୍ଟ ବା ଏସଭିକେଏମ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇସାରିଛି । ଯାହାକି ଓଡ଼ିଶାର ଉଚ୍ଚଶିକ୍ଷା କ୍ଷେତ୍ରକୁ ବିଶ୍ବସ୍ତରୀୟ କରିବାରେ ସହଯୋଗ ଯୋଗାଇବ । ଏହି ଅନ୍ତର୍ଜାତିୟମାନର ଶିକ୍ଷା କ୍ୟାମ୍ପସ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୁମିକା ତୁଲାଇବ । ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ଜଟଣୀର ଗୌଡକାଶିପୁରଠାରେ ୪୦ ଏକର ଜମି ଲିଜ ସୂତ୍ରରେ ୩୦ ବର୍ଷ ପାଇଁ ବିନା ଦେୟରେ ପ୍ରଦାନ କରିଛନ୍ତି । ଓଡ଼ିଶାର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଏଠାରେ ୩୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ । କ୍ୟାମ୍ପସରେ କେଜିଠାରୁ ସ୍ନାତକୋତ୍ତର ପର୍ଯ୍ୟନ୍ତ ଶିକ୍ଷାଦାନ ହେବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ