ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ଓଡ଼ିଶା ଆସିବେ ବିରୋଧୀ ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନା । ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିବାକୁ ଥିବା ଭୋଟରଙ୍କୁ ଭେଟି ନିଜ ସପକ୍ଷରେ ମତ ଦେବା ପାଇଁ ଅନୁରୋଧ କରିବେ ଯଶଓ୍ୱନ୍ତ ସିହ୍ନା । ସେପଟେ ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଜେଡିର ସାଂସଦ ଏବଂ ବିଧାୟକମାନଙ୍କୁ ଭେଟି ସମର୍ଥନ ମାଗିବେ ଦ୍ରୌପଦୀ । ଏଥିପାଇଁ ବିଜେଡିର ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ନେଇ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାନସଭାର ସମ୍ମିଳନୀ କକ୍ଷର ଉପରମହଲାରେ ଅନୁଷ୍ଠିତ ହେବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ସମସ୍ତଙ୍କୁ ଉପସ୍ଥିତ ରହିବାକୁ ଅନୁରୋଧ କରିଛନ୍ତି ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା