ପୁଣି ଓଡ଼ିଶାର ସଫଳତାକୁ ସମ୍ମାନ । ଓଡ଼ିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍-୨୦୨୩ ପୁରସ୍କାର । କୃଷିରେ ରୌପ୍ୟ ବର୍ଗରେ ଇ-ନାମ୍ ନିମନ୍ତେ ପୁରସ୍କାର ପ୍ରଦାନ କରାଯାଇଛି । ରାଜ୍ୟର ସମସ୍ତ ୬୬ ନିୟନ୍ତ୍ରିତ ବଜାର କମିଟି ସଫଳତାର ସହ ଇ-ନାମ୍ ପ୍ଲାଟଫର୍ମରେ ସ୍ଥାନିତ ହୋଇଛି । ଇ-ନାମ୍ ହେଉଛି ଏକ ପାନ୍ ଇଣ୍ଡିଆ ଅନଲାଇନ୍ ପ୍ଲାଟଫର୍ମ । ଯାହା କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ବାରା ବିକଶିତ ହୋଇଛି । ଏହା କୃଷିଜାତ ଦ୍ରବ୍ୟର ସମସ୍ତ କ୍ରେତା ଏବଂ ବିକ୍ରେତାଙ୍କୁ ଏପିଏମସି ବା ନିୟନ୍ତ୍ରିତ ବଜାର କମିଟି ମାଧ୍ୟମରେ ଯୋଡୁଛି । ୨୦୧୭ରେ ଇ-ନାମ୍ ପ୍ଲାଟଫର୍ମରେ କେବଳ ୧୦ଟି ଆରଏମସି ଥିବାବେଳେ ଓଡିଶା ଦେଶର ଅନେକ କୃଷିଭିତିକ ଉନ୍ନତ ରାଜ୍ୟକୁ ବହୁ ପଛରେ ପକାଇଛି । ସମସ୍ତ ଆରଏମସି ଅଧୀନରେ ଏହାର କୃଷି ବଜାରରେ ଶତପ୍ରତିଶତ ସଫଳତା ହାସଲ କରିଛି । ୪୦୧ ସଂଖ୍ୟକ କୃଷକ ଉତ୍ପାଦକ ସଂଗଠନକୁ କୃଷି-ବଜାର ପ୍ଲାଟଫର୍ମରେ ସାମିଲ କରିଛି । ଏହି ଏଫପିଓର ସଦସ୍ୟ ଭାବରେ ପ୍ରାୟ ୪୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସେମାନଙ୍କର ଉତ୍ପାଦର ବିକ୍ରିବଟା ଏହି ଅନଲାଇନ୍ ପ୍ଲାଟଫର୍ମ ମାଧ୍ୟମରେ କରି ଲାଭ ପାଇପାରିବେ । ଆଣ୍ଡ୍ରଏଡ୍ ମୋବାଇଲ୍ ଫୋନ୍ ମାଧ୍ୟମରେ କାରବାରକୁ ସକ୍ଷମ କରିବାକୁ ସୁବିଧାଗୁଡ଼ିକ ବର୍ତ୍ତମାନ ବିକଶିତ ହୋଇଛି । ଏହି ପ୍ଲାଟଫର୍ମକୁ ପରବର୍ତୀ ପର୍ଯ୍ୟାୟରେ ଆହୁରି ଆଗକୁ ନେବାପାଇଁ ଲକ୍ଷ୍ୟରଖାଯାଇଛି । ସମସ୍ତ କ୍ଷୁଦ୍ର ଏବଂ ମଧ୍ୟମ ବଜାରକୁ ଇଲେକଟ୍ରୋନିକ ପ୍ଲାଟଫର୍ମ ସହିତ ଯୋଡିବା ଏବଂ ଦୂରଦୂରାନ୍ତ ଅଞ୍ଚଳରେ ରହୁଥିବା କ୍ଷୁଦ୍ର, ନାମମାତ୍ର ଚାଷୀମାନେ କିଭଳି ସେମାନଙ୍କ ଉତ୍ପାଦିତ କୃଷିଜାତ ଦ୍ରବ୍ୟକୁ ଅନଲାଇନ୍ ବଜାର ବ୍ୟବସ୍ଥାରେ କାରବାର କରି ଲାଭ ଉଠାଇ ପାରିବେ ସେଥିପାଇଁ ଯୋଜନା କରାଯାଇ ପଦକ୍ଷେପ ନିଆଯାଉଛି ।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍