() ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟକୁ ଛୁଇଁଛି ମୌସୁମୀ । କୋରାପୁଟରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଯାଜପୁର କୋରେଇରେ ସର୍ବାଧିକ ୧୨୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା