ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଆସନ୍ତା ୨୮ ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । କନ୍ଧମାଳ ଓ ପୁରୀ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଦଳର ସଂଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶ୍ରୀ ନଡ୍ଡା କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ। ଏଥିସହ ଗତ ୮ବର୍ଷ ଶାସନରେ ମୋଦୀ ସରକାର ଓଡ଼ିଶା ଓ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ଲାଗୁ କରିଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶମୂଳକ କାର୍ଯ୍ୟ ଏବଂ ତୃଣମୂଳ ସ୍ତରରେ ଏହାର କାର୍ଯ୍ୟକାରିତାକୁ ପହଞ୍ଚାଇବା ପାଇଁ ଆଲୋଚନା କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ