ଆଗାମୀ ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ରମାଦେବୀ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏନେଇ ରମାଦେବୀ ବିଶ୍ବବିଦ୍ୟାଳୟର କୁଳପତି ଅପରାଜିତା ଚୌଧୁରୀ ସୂଚନା ଦେଇଛନ୍ତି। ଅପରାହ୍ଣ ୪ଟା ୧୫ ମିନିଟ୍ ସମୟରେ ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ । ସେ ପୂର୍ବାହ୍ନ ୧୧ଟା ୪୫ ମିନିଟ ସମୟରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବେ । ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଦ୍ବିତୀୟ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ । ଗସ୍ତକାଳରେ ସେ ରାଜଭବନରେ ଅବସ୍ଥାନ କରିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୧ ତାରିଖ ସକାଳ ୯ଟା ୧୫ରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା