ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ଓଡିଶା ପାଇଁ ହେଉ ଏକକ ରେଳବାଇ ଜୋନ । ରାଜ୍ୟର ସବୁ ରେଳପଥକୁ ଗୋଟିଏ ଜୋନ ଅଧିନକୁ ଅଣାଯାଉ । ଏନେଇ ପୂର୍ବରୁ ବାରମ୍ବାର ଦାବି ହେଉଥିବା ବେଳେ ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ବାରମ୍ବାର ଦାବି ପରେ ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳବାଇ ଜୋନ ଗଠନ କରିଥିଲେ । ଏବେ କିନ୍ତୁ କେନ୍ଦ୍ର ସରକାର ବିଶାଖାପଟଣାରେ ଦକ୍ଷୀଣ ତଟ ରେଳବାଇ ଜୋନ ଗଠନ କରିବାକୁ ପ୍ରସ୍ତାବ ରଖିଛନ୍ତି । ଏହାଦ୍ବାରା ପୂର୍ବତଟ ରେଳବାଇ ବ୍ୟାପକ ଭାବେ ପ୍ରଭାବିତ ହେବ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ଓଡିଶା ପାଇଁ ଏକକ ରେଳବାଇ ଜୋନ ଗଠନ କରିବାକୁ ଦାବି କରିଛନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ