ବିମାନ ସଂଯୋଗୀକରଣରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା । ହାଇଦ୍ରାବାଦରେ ଅନୁଷ୍ଠିତ ଓ୍ବିଙ୍ଗସ ଇଣ୍ଡିଆ ୨୦୨୪ରେ ରାଜ୍ୟକୁ ଏହି ମାନ୍ୟତା ମିଳିଛି । ରାଜ୍ୟକୁ ରାଜ୍ୟ ବିମାନ ସେବା ଆରମ୍ଭ କରିବାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ହୋଇଛି । ଏଥିରେ ଦ୍ରୁତଗତିରେ ଗମନାଗମନର ସୁବିଧା ହେବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ନିରନ୍ତର ପ୍ରୟାସକୁ ଜାତୀୟ ସ୍ତରରେ ଏହି ବଡ଼ ସ୍ବୀକୃତି ମିଳିଛି । ରାଜ୍ୟ ସରକାରଙ୍କ ଉଦ୍ୟମରେ ଦୁବାଇ, ବ୍ୟାଙ୍କକକୁ ସିଧାସଳଖ ବିମାନସେବା ଆରମ୍ଭ ହୋଇଥିଲା । ଏହାସହ ରାଜ୍ୟର ଉତକେଲା, ମାଲକାନିଗରି, ଜୟପୁର, ରଙ୍ଗେଇଲୁଣ୍ଡା, ଝାରସୁଗୁଡ଼ା ଓ ରାଉରକେଲାକୁ ବିମାନସେବା ଆରମ୍ଭ ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା