ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ଆଜି ସେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବାମପନ୍ଥୀ ଉଗ୍ରବାଦ ଏବଂ ବିପର୍ଯ୍ୟୟ ପରିଚାଳନା ସଂକ୍ରାନ୍ତ ଏକ ସମୀକ୍ଷା ବୈଠକରେ ଯୋଗଦେବେ । ଏହି ଅବସରରେ ରାଜ୍ୟ ସରକାର ଉଭୟ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ବକେୟା ପାଣ୍ଠି ଏବଂ ଆବଶ୍ୟକ ସହଯୋଗ ପ୍ରଦାନ କରିବା ନେଇ ଦାବି ଉପସ୍ଥାପନ କରିପାରନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ଅନୁରୂପ ଭାବରେ କେନ୍ଦ୍ର ଗୃହ ମନ୍ତ୍ରୀ କିଛି ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବା ସମ୍ଭାବନା ଅଛି । ଅପରପକ୍ଷେ ଶ୍ରୀ ଶାହ ବିଜେପି କାର୍ଯ୍ୟାଳୟରେ ଦଳର ନବନିଯୁକ୍ତ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଏକ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ବିଜେପି ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଏବଂ ଦଳର ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହିବା ନେଇ ସୂଚନା ରହିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍