ଦୀର୍ଘଦିନର ଅସନ୍ତୋଷ ପରେ ଶେଷରେ କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଗୁଲାମନବୀ ଆଜାଦ । ସମସ୍ତ ପଦପଦବୀ ସହ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଗୁଲାମନବୀ ଆଜାଦ । ଏହାପରେ ପରେ କଂଗ୍ରେସକୁ ଏକ ବଡ ଝଟକା ଲାଗିଛି, କାରଣ କଂଗ୍ରେସ ସରକାର ସମୟରେ କେନ୍ଦ୍ର ମନ୍ତ୍ରୀ ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହିଆସିଥିଲେ ଆଜାଦ । କୁହାଯାଉଛି ଯେ ବେଶ କିଛି ମାସ ହେବ ସେ କଂଗ୍ରେସର ନିଷ୍ପତ୍ତିକୁ ନେଇ ସେ ଅସନ୍ତୁଷ୍ଟ ଥିଲେ । ଆଉ ଆଜି ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି । ନିକଟରେ ଜମ୍ମୁ ଓ କଶ୍ମୀର କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ । ପଦବୀ ପାଇବାର କିଛି ସମୟ ପରେ ଉକ୍ତ ପଦବୀରୁ ଇସ୍ତଫା ଦେଇଥିଲେ
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍