କଂଗ୍ରେସର ‘ହାତ’ ଧରିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ବିଜୟ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ପ୍ରଥମ ଥର ପାଇଁ ରାଜନୀତିରେ ପାଦ ଦେଇଛି । ନୀତି ଆଦର୍ଶକୁ ନେଇ ଆଗକୁ ବଢିବି । ମୁଁ ଲୋକଙ୍କ ପାଇଁ କାମ କରିବି । କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ