ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଆତ୍ମହତ୍ୟା । ଆଜି ସକାଳେ ସେ ବଲାଙ୍ଗିର କଣ୍ଟାବାଂଜୀ ଜେଲ୍ ପରିସର ରୋଷେଇ ଘର ପାର୍ଶ୍ୱ ଏକ ଗଛରେ ଟାୱେଲ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଦେଖି ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ । ହେଲେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଏହି ମାମଲାରେ ସେ ଏକମାତ୍ର ଅଭିଯୁକ୍ତ ଥିଲେ । ଆଜି ତାଙ୍କୁ କୋର୍ଟରେ ହାଜର ହେବାର ଥିଲା । ମାମଲାରେ ପ୍ରାୟ ସମସ୍ତ ପକ୍ଷର ସାକ୍ଷ୍ୟ ସରିଥିଲା । ମମିତାଙ୍କ ପରିବାର ଲୋକେ ମଧ୍ୟ ସାକ୍ଷ୍ୟ ଦେଇସାରିଥିଲେ । ସେପଟେ ଗୋବିନ୍ଦ ଆବେଦନ କରିଥିବା ଜାମିନ୍ ଆବେଦନ କୋର୍ଟରେ ଖାରଜ ହୋଇଯାଇଥିଲା ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା