କନ୍ଧମାଳରେ ଅନୁଭୂତ ହେଲାଣି ପହିଲି ଶୀତ । କାକର ଭିଜା ଶୀତୁଆ ସକାଳର ମଜା ନେଉଛନ୍ତି ସହର ବାସୀ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଦାରିଙ୍ଗବାଡ଼ି, ରାଇକିଆ, ବେଲଘର ଆଦି ଅଞ୍ଚଳରେ କୁହୁଡି ସାଙ୍ଗକୁ ଶୀତ ଅନୁଭୂତ ହେଉଛି । ସକାଳୁ ସକାଳୁ ଯୁବକ ଓ ବୟସ୍କ ପଡିଆକୁ ଯାଇ ବ୍ୟାୟାମ କରୁଛନ୍ତି । ସେହିପରି ଆଉ କିଛି ଲୋକ ଶୀତୁଆ ସକାଳେ ପ୍ରାତ ଭ୍ରମଣ କରୁଥିବା ଦେଖିବାକୁ ମିଳୁଛି । ହାଲୁକା ଶୀତ ସ୍ପର୍ଶରେ ପୁଲକିତ ହୋଇ ଉଠିଛି ଜନଜୀବନ । ହାଲକା ଥଣ୍ଡା ସାଙ୍ଗକୁ କୁହୁଡ଼ି କାକର ବୁନ୍ଦା ଗଛର ପତ୍ରରେ ଦେଖିବାକୁ ମିଳିଛି l ସନ୍ଧ୍ୟା ସମୟରେ ମଧ୍ୟ ହାଲକା ଶୀତ ଅନୁଭୂତ ହେଉଛି । ସେପଟେ ଫୁଲବାଣୀ ସହରରେ ହାଲକା ଶୀତ ଓ ଘନ କୁହୁଡ଼ିର ମଜା ନେଉଛନ୍ତି ସହରବାସୀ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା