ଦକ୍ଷିଣ ଆମେରିକାର କଲମ୍ବୋରେ ପୁଣି ଥରେ ଭୟଙ୍କର ଭୂସ୍ଖଳନ । ମାଟି ତଳେ ଦବି ହୋଇଗଲା ଯାତ୍ରୀବାହୀ ବସ୍ । ଫଳରେ ୩୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ କିଛି ଯାତ୍ରୀ ନିଖୋଜ ଥିବା ସୂଚନା ମିଳିଛି । ସେପଟେ ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ପ୍ରବଳ ବର୍ଷା ଯୋଗୁଁ ରିସାରାଲ୍ଡ ପ୍ରାନ୍ତରେ ଭୂସ୍ଖଳନ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଏପରି ପ୍ରାକୃତିକ ବିପର୍ଯ୍ୟୟ ଘଟିଛି ବୋଲି କୁହାଯାଇଛି । ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି । ଘଟଣାକୁ ନେଇ କଲମ୍ବିଆ ରାଷ୍ଟ୍ରପତି ଓ ଗୃହମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ