ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀମାନଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ୩୮ ପ୍ରତିଶତ ବୃଦ୍ଧି କରିଛନ୍ତି । ପୂର୍ବରୁ ଗୃହରକ୍ଷୀମାନଙ୍କୁ ଡ୍ୟୁଟି କଲ୍ ଅପ୍ ଭତ୍ତାରେ ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏବେ ୧୨, ୨୮୦ ଟଙ୍କା ମିଳିବ । ଏହାଛଡା ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ମଧ୍ୟ ପୂର୍ବବତ୍ ମିଳିବ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା