The Topmost

“The eyes believe themselves, the ears believe other people.”

କାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

କାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତଥର ମାଟ୍ରିକ ପରୀକ୍ଷା ପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିଛି ।

SHARE BY