କାଲିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ । ୧ ମେ’ ରୁ ଜୁଲାଇ ୩୧ ଯାଏ କେନ୍ଦ୍ରାପଡ଼ାର ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଏପରି ପଦକ୍ଷେପ ନିଆଯାଇଛି । ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ପାଇଁ ରାଜନଗର ବନ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ । ତେବେ ଏହି ସମୟ ଭିତରେ ମାଆ କୁମ୍ଭୀର ଅଣ୍ଡା ଦାନ ପକ୍ରିୟା ଶେଷ କରିଥାନ୍ତି । ଏହି ସମୟରେ ସେମାନଙ୍କର ପ୍ରଜନନ ପକ୍ରିୟା ଠୁଁ ଆରମ୍ଭ କରି ଅଣ୍ଡାଦାନ ପର୍ଯ୍ୟନ୍ତ କୁମ୍ଭୀର ହିଂସ୍ର ହୋଇଥାନ୍ତି । ସେମାନଙ୍କ ପକ୍ରିୟାରେ ବାଧା ଦେଖାଦେଲେ ସେମାନେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି । ଏହାକୁ ଦୃଷ୍ଟିରେ ରଖି ୩ ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ପରିଭ୍ରମଣ ପାଇଁ ପର୍ଯ୍ୟଟକଙ୍କୁ ବନ୍ଦ କରାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି