The Topmost

“The eyes believe themselves, the ears believe other people.”

କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ଦୁଇଦିନର ପ୍ରବଳ ତାତିପରେ ରାଜ୍ୟରେ ବଦଳିଲା ପାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ମେଘୁଆ ପାଗ ପ୍ରଭାବରେ ଗତକାଲି ରାତିର ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ କମିଛି । ପଶ୍ଚିମାଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତାକାଲିଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ୧୧ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ସେହିପରି ଯାଜପୁର, ଭଦ୍ରକ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୧୪ଟି ଜିଲ୍ଲାରେ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

SHARE BY