କାଲିଠୁ ଭିଜିବ ଓଡ଼ିଶା । ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ସାରା ରାଜ୍ୟକୁ କାଳବୈଶାଖୀ କରିବ କଲବଲ । ଆସନ୍ତାକାଲି ଉପକୂଳ ଏବଂ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ପଡ଼ିବ ପ୍ରଭାବ । ୧୬ରେ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲା ଏବଂ ୧୭ରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲାରେ ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବହିବ ଝଡ଼ ପବନ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର,କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୪୫ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ସତର୍କ କରିଛି ପାଣିପାଗ କେନ୍ଦ୍ର । ସେପଟେ ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୫ରୁ ୨୧ ତାରିଖ ମଧ୍ୟରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ନାହିଁ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ