ଆସନ୍ତାକାଲିଠାରୁ ହୋଇପାରେ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଶ୍ରୀମନ୍ଦିର କର୍ତ୍ତୃପକ୍ଷ ଏ ନେଇ ଏଏସଆଇକୁ ଅନୁମତି ଦେଇସାରିଛନ୍ତି । ପଞ୍ଚୁକ ପାଞ୍ଚ ଦିନ ଶ୍ରୀମନ୍ଦିରରେ ଭିଡ ଅଧିକ ରହୁଥିବାରୁ ଲେଜର୍ ସ୍କାନିଂ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ୍ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଥିଲା । ତେଣୁ ଏଏସଆଇ ଟିମ୍ କୌଣସି ସମୟରେ ଆସି ଲେଜର୍ ସ୍କାନିଂ କରିପାରେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ରତ୍ନଭଣ୍ଡାର ସହ ମୁଖ୍ୟ ମନ୍ଦିର ଓ ଅନ୍ୟାନ୍ୟ ମନ୍ଦିରର ମଧ୍ୟ ସ୍କାନିଂକରାଯିବ ବୋଲି ସେ ସୂଚନା ଦେଇଛନ୍ତି । ତେବେ ଲେଜର୍ ସ୍କାନିଂ ରିପୋର୍ଟକୁ ବୈଷୟିକ କମିଟି ତର୍ଜମା କରିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ