ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ । ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ । ଆସନ୍ତା ଡିସେମ୍ବର ୩୦ ଯାଏଁ ଚାଲିବ ବିଧାନସଭାର ଶୀତ ଅଧିବେଶନ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍