ଆଜି ବାୟୁମଣ୍ଡଳରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରୁ ଧୀରେ ଧୀରେ ଉତ୍ତର ଆଡ଼କୁ ଏହା ଗତି କରିବ । ଏବେଠାରୁ ଏହାର ତୀବ୍ରତା ଓ ଗତିପଥ ଆକଳନ କରାଯାଇପାରିବ ନାହିଁ । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ । ସାଧାରଣତଃ ଏପ୍ରିଲ, ମେ, ଜୁନ ଓ ଅକ୍ଟୋବର, ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ । ମେ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ଏହା କିଛି ନୂଆ କଥା ନୁହେଁ ବୋଲି କହିଛନ୍ତି ଆଇଏମଡି ଡିଜି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ସ୍ପଷ୍ଟ ଚିତ୍ର ଆକଳନ କରାଯାରିବ । ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ଦକ୍ଷିଣ ପଶ୍ଚିମ ବଙ୍ଗୋସାଗର, ଆଣ୍ଡାମାନ ସାଗର ଏବଂ କେନ୍ଦ୍ରୀୟ ବଙ୍ଗୋପାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ସମ୍ଭାବ୍ୟ ବାତ୍ୟାକୁ ନେଇ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପାଇଁ କୌଣସି ସତର୍କତା ଜାରି ହୋଇନି । ସେପଟେ ଆଜିଠୁ କମିବ କାଳବୈଶାଖୀ ଓ ବଢିବ ତାତି । ତାପମାତ୍ରା ସ୍ବାଭାବିକଠୁ ୪ରୁ ୫ ଡିଗ୍ରୀ ଯାଏଁ ବଢ଼ିବ । ବିଭିନ୍ନ ସ୍ଥାନରେ ତାତି ୪୦ରୁ ୪୧ ଡିଗ୍ରୀ ଯାଏଁ ବୃଦ୍ଧିପାଇପାରେ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି