ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା । କାଳବୈଶାଖୀ ବର୍ଷାର ନେଇ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୂର୍ବ-ପଶ୍ଚିମ ଟ୍ରଫ୍ ଲାଇନ୍ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୩୦ ତାରିଖ ପରେ ବର୍ଷାର ପରିମାଣ ବଢିବା ନେଇ ସୂଚନା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା