ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ଖୋଲିବ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାରେ ସ୍କୁଲ ଖରାଛୁଟି ବୃଦ୍ଧି ସହିତ ସକାଳୁଆ ପାଠପଢ଼ା ପାଇଁ ନିଷ୍ପତ୍ତି ହୋଇଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ଣ ପ୍ରବାହ ସ୍ଥିତି ଦେଖି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାରେ ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା । ସକାଳୁଆ ସ୍କୁଲ ହେବ ନା ଛୁଟି ଘୋଷଣା କରାଯିବ, ସେନେଇ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ସ୍କୁଲ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଥିଲା । ନିଷ୍ପତ୍ତି ଅନୁସାରେ ବରଗଡ଼ ଜିଲ୍ଲାରେ ୨୩ ତାରିଖରେ ସ୍କୁଲ ଖୋଲିବ । ସେହିପରି ସୁନ୍ଦରଗଡ଼ରେ ୨୩ରୁ ୨୫, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତା ୨୩ ଓ ୨୪ ତାରିଖ ସକାଳୁଆ ସ୍କୁଲ ଚାଲିବ । ଅନ୍ୟପକ୍ଷରେ ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୨୨ ତାରିଖରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏସବୁ ଜିଲ୍ଲାରେ ସକାଳୁଆ ସ୍କୁଲ ହେବ । ପରେ ସ୍ବାଭାବିକ ଖୋଲିବ ସ୍କୁଲ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି