ଚଳିତବର୍ଷ ଦୀପାବଳି ଅମାବାସ୍ୟା ସୋମବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି । ତିଥି ଅନୁସାରେ ଏହା ମଙ୍ଗଳବାର ସନ୍ଧ୍ୟା ପର୍ଯ୍ୟନ୍ତ ବଳବତ୍ତର ରହୁଥିବା ପାଞ୍ଜିରୁ ଜଣାପଡିଛି । ତେଣୁ ମଙ୍ଗଳବାର ବି ଅମାବାସ୍ୟା ରହୁଛି । ତେବେ ମଙ୍ଗଳବାର ଅମାବାସ୍ୟା ତିଥିରେ ସୂର୍ଯ୍ୟପରାଗ ଥିବାରୁ ଲୋକେ ସୋମବାର ଦୀପାବଳି ପାଳନ କରିବା ସହ ପୟା ଶ୍ରାଦ୍ଧ ବି ସାରିଦେଇଛନ୍ତି । କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟପରାଗ ଅପରାହ୍ନ ୪.୫୬ ମିନିଟ ୫୨ ସେକେଣ୍ଡରେ ସ୍ପର୍ଶ କରିବ । ସନ୍ଧ୍ୟା ୬.୨୬.୫୨ ସେକେଣ୍ଡରେ ମୋକ୍ଷାପ୍ରାପ୍ତି ହେବ । ତେବେ ୧୨ ଘଣ୍ଟା ପୂର୍ବରୁ ପାକତ୍ୟାଗ ସହ ଦେବନୀତି ନିଷେଧ କରାଯାଇଛି । ତେବେ ସର୍ବ ମୋକ୍ଷ ପରେ ଦୈନନ୍ଦିନ ନୀତି ଆରମ୍ଭ ହେବ । କିନ୍ତୁ ବୁଧବାର ସୂର୍ଯ୍ୟୋଦୟ ପରେ ଦେବନୀତି ଆରମ୍ଭ ହେବ । କାର୍ତ୍ତିକ ମାସରେ ବ୍ରତ ଚାଲିଥିବାରୁ ପୁରୀ ଶ୍ରୀମନ୍ଦିରରେ ନୀତିକାନ୍ତିରେ ପରିବର୍ତ୍ତନ କରାଯାଇଛି । ତେବେ ଏହି ସୂର୍ଯ୍ୟ ପରାଗ ମେଷ, ବୃଷ, ମିଥୁନ, ସିଂହ, କନ୍ୟା, ତୁଳା, ମକର, କୁମ୍ଭ ରାଶିର ବ୍ୟକ୍ତିମାନେ ଦେଖିପାରିବେ ।
More Stories
ମଣ୍ଡିରୁ ଧାନଉଠା ବିଳମ୍ବରେ କାରଣ ଦର୍ଶାଅ ନୋଟିସ୍
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ