କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୧୪୩୭୨ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ୱାରା ୧ଲକ୍ଷ ୫୮ ହଜାର ୬୫୫ ଜଣ ମହିଳା ସ୍ୱାବଲମ୍ବୀ ହେବା ଦିଗରେ ଆଗକୁ ବଢିବେ । ଏହାବାଦ୍ ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିଛନ୍ତି । ୨୦୧୬ ମସିହାରେ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା