The Topmost

“The eyes believe themselves, the ears believe other people.”

କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଷ୍ଟାଲିନଙ୍କୁ ଭେଟିବେ କେଜ୍ରିଓ୍ବାଲ

ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କୁ ଭେଟିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଦିଲ୍ଲୀରେ କେନ୍ଦ୍ରର ଅଧ୍ୟାଦେଶକୁ ରାଜ୍ୟସଭାରେ ବିରୋଧ ପାଇଁ କେଜ୍ରିଓ୍ବାଲ ଡିଏମକେର ସମର୍ଥନ ମାଗିବେ। କେନ୍ଦ୍ରର ଅସାମ୍ବିଧାନିକ ଓ ଗଣତନ୍ତ୍ର ବିରୋଧୀ ଅଧ୍ୟାଦେଶ ବିରୋଧରେ ସମର୍ଥନ ଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳମୁଖ୍ୟଙ୍କୁ ଭେଟୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ।ଆସନ୍ତାକାଲି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମଧ୍ୟ କେଜ୍ରିଓ୍ବାଲ ଭେଟିବା କାର୍ଯ୍ୟକ୍ରମ ରହିଛି । ପୂର୍ବରୁ ବିହାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ କେଜ୍ରିଓ୍ବାଲ ଭେଟିଥିବା ବେଳେ ସେମାନେ କେନ୍ଦ୍ର ବିରୋଧରେ ଆପ୍ କୁ ସମର୍ଥନ ଦେଇଥିବା ଘୋଷଣା କରିଛନ୍ତି। ସେହିପରି ଏନସିପି, ଶିବସେନା ଉଦ୍ଧବ ଗୋଷ୍ଠୀ, ସିପିଆଇଏମ ସୁପ୍ରିମୋ ମଧ୍ୟ ଆମ ଆଦମୀ ପାର୍ଟିକୁ ସମର୍ଥନ ଜଣାଇଛନ୍ତି।