ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲା । କେନ୍ଦ୍ର ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି- ଦିଲ୍ଲୀ ମଦ ନୀତି ମାମଲାରେ ସିବିଆଇ ଓ ଇଡି ମିଛ ଅଭିଯୋଗ କରିଛନ୍ତି । ବିଭିନ୍ନ ମିଛ ଅଭିଯୋଗ ଜରିଆରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଫସାଇ ଦିଆଯାଇଛି । ଏପରିକି ଏହି ଦୁଇ କେନ୍ଦ୍ରୀୟ ସଂସ୍ଥା ମିଛ ସତ୍ୟପାଠ ବି ଦାଖଲ କରିଛନ୍ତି । ବାରମ୍ବାର ରେଡ୍ ପରେ ବି ଦୁଇ ସଂସ୍ଥା କିଛି ପାଇନାହାନ୍ତି । ବହୁ ନେତାଙ୍କୁ ଏହି ଦୁଇ ସଂସ୍ଥା ମାନସିକ, ଶାରୀରିକ ଓ ଥାର୍ଡ ଡିଗ୍ରୀ ନିର୍ଯାତନା ଦେଉଛନ୍ତି । ସେପଟେ ଆସନ୍ତାକାଲି ସିବିଆଇରେ ହାଜର ହେବା ଲାଗି କେଜ୍ରିଓ୍ବାଲଙ୍କୁ ଦିଆଯାଇଛି ନୋଟିସ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗତ ଫେବ୍ରୁଆରୀରୁ ଜେଲରେ ଥିବାବେଳେ କେଜ୍ରିଓ୍ବାଲଙ୍କୁ ସମନ ଜାରି କରାଯାଇଛି । କୌଣସି ଏକ ମାମଲାରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ସମନ କରିବା ନିକଟ ଇତିହାସରେ ପ୍ରଥମ ବୋଲି କୁହାଯାଉଛି । ସିବିଆଇ କହିଛି- ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ ଯେପରି ବାଧା ସୃଷ୍ଟି ହେବ ନାହିଁ ସେଥିଲାଗି ରବିବାର ଜେରା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍