କେନ୍ଦ୍ର ସରକାର ବିରୋଧରେ ସମର୍ଥନ ସାଉଁଟୁଛନ୍ତି କେଜ୍ରିଓ୍ବାଲ । ଆଜି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବେ କେଜ୍ରିଓ୍ବାଲ । ଗତକାଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କୁ ଭେଟିଥିଲେ କେଜ୍ରିଓ୍ବାଲ । ଦିଲ୍ଲୀରେ କେନ୍ଦ୍ରର ଅଧ୍ୟାଦେଶକୁ ରାଜ୍ୟସଭାରେ ବିରୋଧ ପାଇଁ କେଜ୍ରିଓ୍ବାଲ ମାଗିଥିବା ସମର୍ଥନକୁ ଗ୍ରୀନ୍ ସିଗନାଲ ଦେଇଥିଲେ ଷ୍ଟାଲିନ । କେନ୍ଦ୍ରର ଅସାମ୍ବିଧାନିକ ଓ ଗଣତନ୍ତ୍ର ବିରୋଧୀ ଅଧ୍ୟାଦେଶ ବିରୋଧରେ ସମର୍ଥନ ଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳମୁଖ୍ୟଙ୍କୁ ଭେଟୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିହାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ କେଜ୍ରିଓ୍ବାଲ ଭେଟିଥିବା ବେଳେ ସେମାନେ କେନ୍ଦ୍ର ବିରୋଧରେ ଆପକୁ ସମର୍ଥନ ଦେଇଥିବା ଘୋଷଣା କରିଛନ୍ତି । ସେହିପରି ଏନସିପି, ଶିବସେନା ଉଦ୍ଧବ ଗୋଷ୍ଠୀ, ସିପିଆଇଏମ ସୁପ୍ରିମୋ ମଧ୍ୟ ଆମ ଆଦମୀ ପାର୍ଟିକୁ ସମର୍ଥନ ଜଣାଇଛନ୍ତି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ