The Topmost

“The eyes believe themselves, the ears believe other people.”

କେନ୍ଦ୍ର ସରକାରଙ୍କୁ କ୍ଲିନ୍ ଚିଟ୍

ବିମୁଦ୍ରୀକରଣ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । କେନ୍ଦ୍ର ସରକାରଙ୍କୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ । ମୋଦି ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଠିକ୍ ଥିଲା । ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ଏଥିସହ ବିମୁଦ୍ରୀକରଣକୁ ନେଇ ହୋଇଥିବା ୫୮ଟି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ୨୦୧୬ ନଭେମ୍ବର ୮ ତାରିଖରେ ବିମୁଦ୍ରୀକରଣ ନେଇ ଘୋଷଣା କରିଥିଲେ କେନ୍ଦ୍ର ସରକାର । ସମସ୍ତ ୫୦୦ ଓ ୧୦୦୦ ଟଙ୍କିଆ ନୋଟକୁ ବିମୁଦ୍ରୀକରଣ କରିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ସରକାରଙ୍କ ଏହି ନିଷ୍ପତ୍ତିକୁ ବେଆଇନ ଦର୍ଶାଇ ୫୮ଟି ଆବଦେନ ହୋଇଥିଲା । ଗତ ଡିସେମ୍ବର ୭ରେ ସୁପ୍ରିମକୋର୍ଟଙ୍କ ସମ୍ବିଧାନ ପୀଠରେ ମାମଲାର ଶୁଣାଣି ହୋଇଥିଲା । ଶୁଣାଣି ପରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ ।

SHARE BY