କେରଳରେ ପୁଣି ନିପାହ ଭାଇରସ୍ ବ୍ୟାପୁଥିବା ନେଇ ଖବର ସାମ୍ନାକୁ ଆସିଛି । କୋଝିକୋଡ଼ ଜିଲ୍ଲାରେ ଜ୍ୱରରେ ପୀଡିତ ଦୁଇ ରୋଗୀଙ୍କ ମୃତ୍ୟୁ ହୋଇଯାଇଛି । ଆଶଙ୍କା କରାଯାଉଛି ଯେ ନିପାହ ଭାଇରସ୍ ଯୋଗୁଁ ଉଭୟଙ୍କ ମୃତ୍ୟୁ ହୋଇଛି । ଦୁଇଜଣଙ୍କ ମୃତ୍ୟୁ ପରେ ସ୍ୱାସ୍ଥ୍ୟ ବିଭାଗ ଆଲର୍ଟ ହୋଇଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ ସୋମବାର ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସ୍ଥିତିର ଅନୁଧ୍ୟାନ କରିଛନ୍ତି । ତେବେ ଏହି ଦୁଇ ମୃତ୍ୟୁ ଏକ ଘରୋଇ ହସ୍ପିଟାଲରେ ହୋଇଛି ଏବଂ ନିପାହ ଭାଇରସ୍ କୁ ମୃତ୍ୟୁର କାରଣ କୁହାଯାଉଛି । ସ୍ୱାସ୍ଥ୍ୟ ବିଭାଗ ମୁତାବିକ ମୃତକଙ୍କ ମଧ୍ୟରୁ ଜଣଙ୍କ ସମ୍ପର୍କୀୟଙ୍କ ସ୍ଥିତି ମଧ୍ୟ ଗମ୍ଭୀର ରହିଛି ଏବଂ ତାଙ୍କୁ ଆଇସିୟୁରେ ଆଡମିଟ୍ କରାଯାଇଛି । ଜ୍ୱରରେ ଦୁଇ ଜଣଙ୍କ ମୃତ୍ୟୁ ପରେ ସ୍ୱାସ୍ଥ୍ୟ ବିଭାଗ ଆଲର୍ଟରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରୀ ବାଣା ଜର୍ଜ କହିଛନ୍ତି ଯେ, ମୃତକଙ୍କ ରକ୍ତ ନମୁନା ଯାଞ୍ଚ ପାଇଁ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜିକୁ ପଠାଯାଇଛି । ମୃତକଙ୍କ ସମ୍ପର୍କୀୟ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍