ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ । ୭୯ ବର୍ଷ ବୟସରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି । କିଛି ମାସ ହେବ ସେ ଅସୁସ୍ଥ ଥିଲେ । ଏନେଇ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ତାଙ୍କର ଦେହାନ୍ତ ହୋଇଥିବା ତାଙ୍କ ପୁଅ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ସେ ୨୦୦୪ରୁ ୨୦୦୬ ଓ ୨୦୧୧ରୁ ୨୦୧୬ ପର୍ଯ୍ୟନ୍ତ କେରଳର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୨ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି । କରୁଣାକରଣ ଓ ଏ କେ ଆଣ୍ଟୋନୀ ସରକାରରେ ମନ୍ତ୍ରୀ ଥିଲେ । ଗୃହ ଓ ଅର୍ଥ ମନ୍ତ୍ରାଳୟର ଦାୟିତ୍ୱ ସମ୍ଭାଳିଥିଲେ ଓମେନ । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରାରେ ବି ସେ ସାମିଲ ହୋଇଥିଲେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ