ଗଭୀର ଅବପାତର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଦକ୍ଷିଣପୂର୍ବ ପାଶ୍ୱର୍ବର୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆଜି ୨୦ରୁ ଅଧିକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ଘଂଟା ପ୍ରତି ୫୦ରୁ ୭୦ କିଲୋମିଟର ରହିବ । ସେଥିପାଇଁ ସମସ୍ତ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଫଳରେ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି । ଲଘୁଚାପ ଗଭୀର ଅବପାତର ରୂପ ନେଇ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ । ପରେ ଉତରପଶ୍ଚିମ ଦିଗରେ ଗତି କରି ଆଜି ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସଗର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳମୁହାଁ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି ୧୭ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା