ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗାଁ ଗାଁରେ ଐତିହ୍ୟ ସ୍ଥଳର ବିକାଶ କରାଯିବ । ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ମଧ୍ୟ କରାଯିବ । ଡିଜିଟାଲ ସଂଯୋଗୀକରଣ ପାଇଁ ଭିତ୍ତିଭୂମିର ବିକାଶ କରାଯିବ । ମିଶନ ଶକ୍ତି ପାଇଁ ଅତିରିକ୍ତ ଭିତ୍ତିଭୂମି ସୃଷ୍ଟି ହେବା ସହ କ୍ରୀଡ଼ାର ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ ଆଜି ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେବେ । ବ୍ଲକ ଓ ଜିଲ୍ଲାସ୍ତରରେ ବି ଏହି ଯୋଜନା ପାଇଁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଗତ ଜୁଲାଇ ୧୦ତାରିଖରେ ଆମ ଓଡ଼ିଶା, ନବୀନ ଓଡ଼ିଶା ପାଇଁ ୪ହଜାର କୋଟି ବ୍ୟୟ ଅଟକଳକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିଲା । ଯୋଜନା ଜରିଆରେ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ ସୁବିଧା ଯୋଗାଇବାକୁ ଡିଜିଟାଲ ସଂଯୋଗୀକରଣ ଉପରେ ଗୁରୁତ୍ବ ଦିଆଯିବ । ଗାଁମାନଙ୍କରେ ଥିବା ଧାର୍ମିକ ପୀଠର ବିକାଶ, ଐତିହ୍ୟସ୍ଥଳର ଉନ୍ନତିକରଣ ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ୧୦ଲକ୍ଷ ଟଙ୍କାର ଅନୁଦାନ ମିଳିବ । ମହିଳା, ଯୁବକଙ୍କୁ ସଶକ୍ତ କରିବାକୁ ଯୋଜନା ହାତକୁ ନିଆଯିବ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଥିବା କ୍ରିଟିକାଲ ଗ୍ୟାପ ପୂରଣ ପାଇଁ ଅନୁଦାନ ମିଳିବ। ଏହା ସହ ପ୍ରତି ଗାଁରେ ଖେଳପଡ଼ିଆର ବିକାଶ, ସାଇନ୍ସ ପାର୍କ, ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା