ପ୍ରବଳ ବର୍ଷା ଯୋଗୁଁ ଦେଶର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ବିଶେଷ କରି ଦେଶରେ ୫ଟି ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିଛି । ଗୁଜରାଟ, ମହାରାଷ୍ଟ୍ର, ତେଲେଙ୍ଗାନା ଏବଂ କର୍ଣ୍ଣାଟକରେ ମୋସୁମୀ ସକ୍ରିୟ ଥିବାବେଳେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବନ୍ୟା ସ୍ଥିତି ଉପୁଜିଛି । ଗୁଜୁରାଟରେ ବର୍ଷା ଓ ବନ୍ୟା କାରଣରୁ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ହୋଇସାରିଛି । ବର୍ଷା ପ୍ରଭାବିତ ୧୦ ହଜାରରୁ ଅଧିକ ଲୋକଙ୍କୁ ସରକାର ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିଛନ୍ତି । ଗୁଜୁରାଟରେ ବନ୍ୟା ସ୍ଥିତି ଭୟଙ୍କର ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ରଜନୀକାନ୍ତ ପଟେଲଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବନ୍ୟାରେ ପ୍ରଭାବିତ ଲୋକମାନଙ୍କ ସହାୟତା ପାଇଁ କେନ୍ଦ୍ର ପୂର୍ଣ୍ଣ ସହଯୋଗ କରିବ ବୋଲି ସେ ଆଶ୍ବାସନା ଦେଇଛନ୍ତି ।
“The eyes believe themselves, the ears believe other people.”
More Stories
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର