ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ କରିବ ଅତି ଘନ କୁହୁଡି । ଗାଡି ଆଗକୁ ଦେଖିବା ବି ହେବ କଷ୍ଟକର । ଆଜି ଘନ କୁହୁଡ଼ି ନେଇ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୨୦ରୁ ୫୦ ମିଟର ମଧ୍ୟରେ ଦୃଶ୍ୟମାନ କ୍ଷମତା ରହିବ । ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଘନ କୁହୁଡିର ଆସ୍ତରଣ ବୃଦ୍ଧି ପାଇଛି । ଦୁଇ ଦିନ ପରେ ୫ ତାରିଖ ବେଳକୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ । ପଶ୍ଚିମା ଝଡ ପ୍ରଭାବରେ କେନ୍ଦୁଝର, ସୁନ୍ଦରଗଡ ଏବଂ ମୟୁରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆକାଶ ମେଘୁଆ ରହିବା ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନ ଥିବା ବେଳେ ପରବର୍ତ୍ତୀ ସମୟରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ